ଝାରସୁଗୁଡ଼ାରେ ପୁଣି ୫୭ କରୋନା ପଜିଟିଭ ଚିହ୍ନଟ: ସଂଖ୍ୟା ୫,୫୫୦କୁ ବୃଦ୍ଧି

ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୫୭ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୨୩ଜଣ, ବେଲପାହାଡ଼ ପୌରପରିଷଦ ଅଞ୍ଚଳରୁ ୪ଜଣ, କୋଲାବିରା ବ୍ଲକ ଓ ବ୍ରଜରାଜନଗର ପୌରପରିଷଦ ଅଞ୍ଚଳରୁ ୭ଜଣ ଲେଖାଏଁ, ଝାରସୁଗୁଡ଼ା ଓ ଲଇକେରା ବ୍ଲକରୁ ୫ଜଣ ଲେଖାଏଁ, ଲଖନପୁର ବ୍ଲକ ଅଞ୍ଚଳରୁ ୨ଜଣ ଓ କିର୍ମିରା ବ୍ଲକରୁ ଜଣେ ରହିଛନ୍ତି। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଗୃହ ସଙ୍ଗରୋଧରେ ଥିବାବେଳେ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଜିଲ୍ଲାର ଆଉ ୩ଜଣ ଆକ୍ରାନ୍ତ ବାହର ଜିଲ୍ଲାର ହସ୍ପିଟାଲରେ ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ସୂଚନାଯୋଗ୍ୟ, ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୫୫୦କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୫,୦୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୨୨ ଜଣଙ୍କ ଚିକିତ୍ସା ଜାରି ରହିଛି।