ରାଜ୍ୟରେ ୫୮ ନୂଆ କରୋନା ପଜିଟିଭ କେସ୍

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ହାର ଖୁବ୍ କମିଛି। ଆଜି ରାଜ୍ୟର ଗତ ୨୪ ଘଣ୍ଟାରେ ୧୮ଟି ଜିଲ୍ଲାରୁ ୫୮ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି କୌଣସି କରୋନା ଜନିତ ମୃତ୍ୟୁ ହୋଇନାହିଁ। ଏ ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁସାରେ ଆଜି ସର୍ବାଧିକ ସୁନ୍ଦରଗଡ଼ରୁ ୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୬୩୬ରେ ପହଞ୍ଚିଛି। ସେଥିରୁ ୩ ଲକ୍ଷ ୩୪ ହଜାର ୫୩ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୯୧୪ ଜଣଙ୍କ ମୃତ୍ୟୁ ହୋଇଛି। ବର୍ତ୍ତମାନ ରାଜ୍ୟରେ ଆଉ ୬୧୬ ଜଣ କରୋନା ରୋଗୀ ଚିକିତ୍ସାଧୀନ ଅଛନ୍ତି।