ସାମାନ୍ୟ କମିଲା ମୃତ୍ୟୁ ସଂଖ୍ୟା, ରାଜ୍ୟରେ କରୋନା ନେଲା ୫୮ ଜଣଙ୍କ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କିଛି ଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ହ୍ରାସ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୬୪୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୧୬କୁ ବୃଦ୍ଧି ପାଇଛି।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୯ଜଣ ରହିଥିବା ବେଳେ ବରଗଡ଼ ଜିଲ୍ଲାରୁ ୭ଜଣ ରହିଛନ୍ତି। ଗଞ୍ଜାମ ଜିଲ୍ଲାରୁ ୫ ଜଣ ରହିଥିବା ବେଳେ ବଲାଙ୍ଗିର ଜିଲ୍ଲାରୁ ୪ ଜଣ, ବାଲେଶ୍ୱର , କଟକ, ପୁରୀ, ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, ଅନୁଗୁଳ, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ଏବଂ ବୌଦ୍ଧ, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।