Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
୫୮୭ଥାନା ପାଇଁ ବାର୍ଷିକ ୧୭.୫କୋଟି ଟଙ୍କାର ଅତିରିକ୍ତ କଣ୍ଟିଜେନ୍ସି ପାଣ୍ଠି ଘୋଷଣା – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

୫୮୭ଥାନା ପାଇଁ ବାର୍ଷିକ ୧୭.୫କୋଟି ଟଙ୍କାର ଅତିରିକ୍ତ କଣ୍ଟିଜେନ୍ସି ପାଣ୍ଠି ଘୋଷଣା

ଭୁବନେଶ୍ୱର,ଏନ୍ଏନ୍ଏସ୍: ମୋ ସରକାର  କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ଥାନା ଗୁଡ଼ିକରେ ଜନସାଧାରଣ କିପରି ସେବା ପାଉଛନ୍ତି ସେ ସମ୍ପର୍କରେ ନିୟମିତ ଜନସାଧାରଣଙ୍କ ମତାମତ ନେଉଛନ୍ତି। ଥାନା ଗୁଡ଼ିକ ଯେପରି ଅଧିକ ଦକ୍ଷତାର ସହ ଜନସାଧାରଣଙ୍କୁ ଉନ୍ନତ ସେବା ଯୋଗାଇ ଦିଆଯିବ ସେ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସମସ୍ତ ୫୮୭ଟି ଥାନା ପାଇଁ ବାର୍ଷିକ ୧୭.୫କୋଟି ଟଙ୍କାର ଅତିରିକ୍ତ ଆକସ୍ମିକ ପାଣ୍ଠି ମଞ୍ଜୁର କରିଛନ୍ତି।

ସୂଚନା ଅନୁଯାୟୀ ଭୁବନେଶ୍ୱର- କଟକ ପୁଲିସ କମିସନରେଟର ଥିବା ସମସ୍ତ ୪୪ଟି ଥାନା ପାଇଁ ମାସିକ ୪୦ହଜାର ଟଙ୍କା ଲେଖାଏଁ, ୧୪୨ଟି ସହରାଞ୍ଚଳ ଥାନା ପାଇଁ ମାସିକ ୩୦ହଜାର ଟଙ୍କା ଲେଖାଏଁ ଓ ୩୫୧ଟି ଗ୍ରାମାଞ୍ଚଳ ଥାନା ପାଇଁ ମାସିକ ୨୦ହଜାର ଟଙ୍କା ଲେଖାଏଁ ମଞ୍ଜୁର କରାଯାଇଛି।

ସେହିପରି ୪ଟି ମହିଳା ଥାନା, ୫ଟି ଟ୍ରାଫିକ ଥାନା, ୧୫ଟି ରେଳବାଇ ଥାନା, ୪ଟି ସାଇବର ଥାନା, ଗୋଟିଏ ଅର୍ଥନୈତିକ ଅପରାଧ ଥାନା, ଗୋଟିଏ ଏସଟିଏଫ୍‌ ଥାନା, ଗୋଟିଏ ଏଚ୍‌ଆରପିସି ଥାନା, ଗୋଟିଏ କ୍ରାଇମବ୍ରାଞ୍ଚ ନିମନ୍ତେ ପ୍ରତ୍ୟେକଙ୍କୁ ମାସିକ ୩୦ହଜାର ଟଙ୍କା ଲେଖାଏଁ ମଞ୍ଜୁର କରାଯାଇଛି। ଅପରପକ୍ଷରେ ଉପକୂଳରେ ଥିବା ୧୮ଟି ସାମୁଦ୍ରିକ ଥାନା ଗୁଡ଼ିକ ପାଇଁ ମାସିକ ୨୦ହଜାର ଟଙ୍କା ଲେଖାଏଁ ମଞ୍ଜୁର କରାଯାଇଛି।