ନୂଆଦିଲ୍ଲୀ,ଏଜେନ୍ସି: ମହାରାଷ୍ଟ୍ର, ପଞ୍ଜାବ, କର୍ଣ୍ଣାଟକ, ମଧ୍ୟପ୍ରଦେଶ ଓ ଦିଲ୍ଲୀରେ ସମେତ ଅନେକ ରାଜ୍ୟରେ ପୁଣି କରୋନା ଭୂତାଣୁ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁସାରେ ଗତ ୨୪ ଘଣ୍ଟାରେ ପୁଣି ଦେଶରୁ ୫୯,୧୧୮ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ୨୫୭ ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି ଓ ୩୨,୯୮୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ନୂଆ କରୋନା ସଂକ୍ରମିତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମଣ ସଂଖ୍ୟା ୧ କୋଟି ୧୮ ଲକ୍ଷ ୪୬ ହଜାର ୬୫୨କୁ ବୃଦ୍ଧି ପାଇଛି। ଏଥିସହିତ ମୋଟ ସୁସ୍ଥ ସଂଖ୍ୟା ୧ କୋଟି ୧୨ ଲକ୍ଷ ୬୪ ହଜାର ୬୩୭ରେ ପହଞ୍ଚିଥିବା ବେଳେ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୦ ହଜାର ୯୪୯ରେ ପହଞ୍ଚିଛି। ସେହିପରି ଦେଶରେ ବର୍ତ୍ତମାନ ୪ ଲକ୍ଷ ୨୧ ହଜାର ୬୬ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି।