ରାଉରକେଲା ଗସ୍ତରେ ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଉରକେଲା ଗସ୍ତରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫-ଟି ସଚିବ ଭି.କେ ପାଣ୍ଡିଆନ। ରାଉରକେଲାରେ ନିର୍ମାଣ ହେଉଥିବା ସର୍ବବୃହତ ହକି ଷ୍ଟାଡିୟମ୍ କାର୍ଯ୍ୟ ଅନୁଧ୍ୟାନ କରିବ ଟିମ। ପରେ ରାଉରକେଲା ସହର ଛେଣ୍ଡ କଲୋନୀରେ ଆର୍ଥିକ ଅନଗ୍ରସର ଲୋକଙ୍କ ପାଇଁ ନିର୍ମିତ ହେଉଥିବା ୫ ଶହ ଗୃହ ନିର୍ମାଣ କାର୍ଯ୍ୟର ସ୍ଥିତି ଅନୁଧ୍ୟାନ କରିବେ।

ଏଥି ସହିତ ଛେଣ୍ଡ କଲୋନୀରେ ନିର୍ମିତ ହେଉଥିବା ସାଇନ୍ସ ପାର୍କ ଓ ପ୍ଲାନିଟୋରିୟମ ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କରିବେ। ବିପିୟୁଟି ପରିସରରେ ନିର୍ମାଣାଧୀନ ବିଶ୍ୱସ୍ତରୀୟ ହକି ଷ୍ଟାଡ଼ିୟମ ପରିଦର୍ଶନ କରିବା ସହ ସୁନ୍ଦରଗଡ଼ ଜିଲ୍ଲାରେ କ୍ରୀଡାର ବିକାଶ କାର୍ଯ୍ୟ କିପରି ଚାଲିଛି ତାର ସମୀକ୍ଷା କରିବେ ଏହି ଉଚ୍ଚ ସ୍ତରୀୟ ସଚିବ ଟିମ। ସେହିପରି ରାଉରକେଲା ସହରର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ସହିତ ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି। ରାସ୍ତା, ପାନୀୟ ଜଳ, ବିଦ୍ୟୁତ, ବ୍ରିଜ, ଅଙ୍ଗନବାଡ଼ି ଓ ହାଇସ୍କୁଲର ଉନ୍ନତୀକରଣ କାର୍ଯ୍ୟର ଅନୁଧ୍ୟାନ କରାଯିବ। ସହରର ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ବୃହତ ଜଳସେଚନ ପ୍ରକଳ୍ପ ହମିରପୁର କୋଏଲ ବ୍ୟାରେଜ ନିର୍ମାଣ ଲାଗି ମୁଖ୍ୟମନ୍ତ୍ରୀ ୨୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ଏହି ପ୍ରକଳ୍ପ କାର୍ଯ୍ୟ କିପରି ତ୍ୱରାନ୍ୱିତ ହେବ ତାହାର ମଧ୍ୟ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି। ଜିଲ୍ଲାରେ ଥିବା ସରକାରୀ ହାଇସ୍କୁଲ ଗୁଡ଼ିକର ଉନ୍ନତୀକରଣ ସହ ସ୍କୁଲ ପରିବେଶକୁ ସମ୍ପୂର୍ଣ୍ଣ ନୂଆ ରୂପ ଦେବା ପାଇଁ ‘୫-ଟି ଓ ମୋ ସରକାର ଅଧୀନରେ ‘ହାଇସ୍କୁଲ ଟ୍ରାନ୍ସଫରମେସନ ତଥା ରୂପାନ୍ତରଣ କାର୍ଯ୍ୟକ୍ରମ କରାଯାଉଛି। ହାଇସ୍କୁଲରେ ସ୍ମାର୍ଟ କ୍ଲାସରୁମରେ ପାଠପଢ଼ା ସହ ଇ-ଲାଇବ୍ରେରୀ, ବିଜ୍ଞାନାଗାର, ଖେଳପଡ଼ିଆ, ପାନୀୟ ଜଳ ଏବଂ ସ୍ୱଚ୍ଛ ଶୌଚାଳୟ ଆଦି ନିର୍ମାଣ କରାଯାଉଛି। ତୃତୀୟ ଲହରକୁ ଦୃଷ୍ଟିରେ ରଖି ରାଉରକେଲା ସହରରେ କୋଭିଡ ସ୍ଥିତି ସମୀକ୍ଷା କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି।