ଭୁବନେଶ୍ୱର,ଏନ୍ଏନ୍ଏସ୍: ଗତକାଲି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ବେଳେ ଆଜି ରାଜ୍ୟର ୬ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅଞ୍ଚଳଗୁଡ଼ିକରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ବାକି କିଛି ଅଞ୍ଚଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଘୂର୍ଣ୍ଣିବଳୟଟି ଏବେ ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୨.୧ କିଲୋମିଟରରୁ ୫.୮ କିଲୋମିଟର ଉଚ୍ଚରେ ରହିବା ଫଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ଏ ନେଇ ଆସନ୍ତା ୨ ଦିନ ଧରି ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ପରିପ୍ରେକ୍ଷୀରେ ବରଗଡ଼, ବଲାଙ୍ଗିିର, ସୋନପୁର, ବୌଦ୍ଧ, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଦେବଗଡ଼, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, କଟକ ଓ ଅନୁଗୁଳ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।