କନ୍ଧମାଳ ଜିଲ୍ଲା କଂଗ୍ରେସ ତରଫରୁ ୬ ଘଣ୍ଟିଆ ବନ୍ଦ ପାଳନ

କନ୍ଧମାଳ,ଏନ୍ଏନ୍ଏସ୍: ମମିତା ମେହେର ହତ୍ୟା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି କରିବା ସହ ଗିରଫ କରିବା ଦାବିରେ ଆଜି ଓଡ଼ିଶା ବନ୍ଦ ପାଳନ କରାଯାଉଛି। ଏହି ଅବସରରେ କନ୍ଧମାଳ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ମଧ୍ୟ ଜିଲ୍ଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କଂଗ୍ରେସ କର୍ମୀମାନେ ଶାନ୍ତିପୂର୍ଣ୍ଣ ଭାବେ ଦଳୀୟ ପତାକା ଧରି ମାଦିକୁନ୍ଦା ଛକ ଠାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ବିଭିନ୍ନ ନାରାବାଜି ଦେଇ ଆସିଛନ୍ତି। ବନ୍ଦର ପ୍ରଭାବ କନ୍ଧମାଳ ଜିଲ୍ଲାରେ ଦେଖିବାକୁ ମିଳିନାହିଁ। ତୁରନ୍ତ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ପଦବୀରୁ ଇସ୍ତଫା ଦେବା ସହ ତାଙ୍କୁ ଗିରଫ କରାଯାଉ ବୋଲି କହିଛନ୍ତି କଂଗ୍ରେସ ଜିଲ୍ଲା ସଭାପତି ଅନାମ ନାୟକ।