ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ କମିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା। ଆଜିର ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୫୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ମୃତ୍ୟୁବରଣ କରିଥିବା ୬ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମ ଜିଲ୍ଲାରୁ ଦୁଇ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ଭୁବନେଶ୍ୱର, ମୟୂରଭଞ୍ଜ, ଝାରସୁଗୁଡା ଓ ବାଲେଶ୍ୱରରୁ ଜଣେ ଲେଖାଏ କରୋନା ଆକ୍ରାନ୍ତ ରହିଛନ୍ତି।