ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୯୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୧୧୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୧୦୨ଟି ଆକ୍ଟିଭ କେସ୍ ରହିଥିବା ବେଳେ ୩୧୫୨୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।