ରାଜ୍ୟରେ କରୋନାରେ ପ୍ରାଣ ହରାଇଲେ ଆଉ ୬ ଜଣ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ୬୯୫ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୧୨୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ କଟକ, ଜଗତସିଂହପୁର, ଯାଜପୁର, ଖୋର୍ଦ୍ଧା, କୋରାପୁଟ, ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।