ଝାରସୁଗୁଡ଼ାରେ ଆଉ ୬ କରୋନା ପଜିିଟିଭ ଚିହ୍ନଟ : ସଂଖ୍ୟା ୭,୨୫୫କୁ ବୃଦ୍ଧି

ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୬ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୩ଜଣ, କୋଲାବିରା ବ୍ଲକ ଅଞ୍ଚଳରୁ ୨ଜଣ ରହିଛନ୍ତି। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିବା ପରେ ଗୃହ ସଙ୍ଗରୋଧରେ ଥିବାବେଳେ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନ୍ୟଜଣେ ବ୍ୟକ୍ତି ବାହାର ଜିଲ୍ଲା ହସ୍ପିଟାଲରେ ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦେଇଛି।

ପ୍ରକାଶଯୋଗ୍ୟ, ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୨୫୫କୁ ପହଞ୍ଚିଥିବା ବେଳେ ୭,୧୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୪ ଜଣଙ୍କ ଚିକିତ୍ସା ଜାରି ରହିଛି। ସେହିପରି ଜିଲ୍ଲାରେ ଏପର୍ଯ୍ୟନ୍ତ ୨୪ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି।