ଭୁବନେଶ୍ୱର,ଏନ୍ଏନ୍ଏସ୍: ଓଡିଶାର ୬ ସ୍ୱାଧୀନତା ସଂଗ୍ରାମୀଙ୍କ ନାଁ ରେ ସ୍ୱତନ୍ତ୍ରଡାକ ଲଫାପା ଉନ୍ମୋଚିତ ହୋଇଛି। ବାଜି ରାଉତ, ଜୟୀ ରାଜଗୁରୁ, ଚକରା ବିଷୋୟୀଙ୍କ ନାଁ ରେ ସ୍ୱତନ୍ତ୍ର ଲଫାପା ଉନ୍ମୋଚିତ ହୋଇଛି। ବକ୍ସି ଜଗବନ୍ଧୁ, ଚାଖି ଖୁଣ୍ଟିଆ ଓ ପାର୍ବତୀ ଗିରିଙ୍କ ନାମରେ ବି ସ୍ୱତନ୍ତ୍ର ଲଫାପା ଉନ୍ମୋଚିତ ହୋଇଛି। ଦିଲ୍ଲୀସ୍ଥିତ ମୁଖ୍ୟ ଡାକଭବନରେ ଦୁଇ କେନ୍ଦ୍ର ମନ୍ତ୍ରୀଙ୍କ ଦ୍ୱାରା ଉନ୍ମୋଚିତ ହୋଇଛି। ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ଉନ୍ମୋଚିତ ହୋଇଛି।
ଭାରତର ସ୍ୱତନ୍ତ୍ରତା ସଂଗ୍ରାମରେ ଓଡ଼ିଶାର ଏହି ବୀର ଯୋଦ୍ଧାଗଣ ଯେଉଁ ତ୍ୟାଗ, ତପସ୍ୟା, ସାହସ ତଥା ବଳିଦାନ ଦେଖାଇଛନ୍ତି, ତାହା ଅବିସ୍ମରଣୀୟ। ଭାରତ ସରକାରଙ୍କ ପକ୍ଷରୁ ଏଭଳି ପ୍ରଚେଷ୍ଟା ପାଇଁ ମୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଡ଼ାକ ବିଭାଗ ସହ ଜଡ଼ିତ ସମସ୍ତଙ୍କୁ ଆନ୍ତରିକ କୃତଜ୍ଞତା ଜଣାଉଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି।