ବୁଲା ଗାଈ କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ୱର,ଏନଏନଏସ: କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟା ର ସମ୍ମୁଖୀନ ହେଉଛନ୍ତି ।

ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ମହାନଗର ନିଗମ  ୪୮ ଟି ମ୍ୟୁନିସପାଲଟି ଓ ୬୧ ଟିଏନ୍ଏ ସି ମାନଙ୍କୁ ଷାଠିଏ ଲକ୍ଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି । ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ ।

ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା, କଟକ , ସମ୍ବଲପୁର, ରାଉରକେଲା, ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା , ମ୍ୟୁନିସପାଲଟି ମାନେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନ ଏ ସି ମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ ।