ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀରେ ୬୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩ଜଣ ଓ ସ୍ଥାନୀୟ ସଂକ୍ରମଣ ୪୮ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯ ହଜାର ୫୮୩କୁ ବୃଦ୍ଧି ପାଇଛି। ଅନ୍ୟପଟେ ୯୧ ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।
