ଝାରସଗୁଡ଼ାରୁ ପୁଣି ୬୩ କରୋନା ପଜିଟିଭ ଚିହ୍ନଟ

ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୬୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଇଛନ୍ତି। ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୩୬ ଜଣ, ବ୍ରଜରାଜନଗର ପୌରପରିଷଦ ଅଞ୍ଚଳରୁ ୧୦ଜଣ, ଝାରସସୁଗୁଡ଼ା ବ୍ଲକରୁ ୫ଜଣ, ଲଖନପୁର ବ୍ଲକ ଅଞ୍ଚଳରୁ ୮ଜଣ, ଲଇକେରା ବ୍ଲକରୁ ୩ଜଣ ଓ କର୍ମିରା ବ୍ଲକ ଅଞ୍ଚଳରୁ ଜଣେ ରହିଛନ୍ତି। ସେମାନଙ୍କ ମଧ୍ୟରୁ ୧୮ଜଣ ଇନଷ୍ଟିଚ୍ୟୁସନାଲ କ୍ୱରେଣ୍ଟାଇନରୁ ଓ ୪୫ଜଣ ହୋମ କ୍ୱାରେଣ୍ଟାଇନରୁ ହୋଇଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଆଜିର ୬୩ ଜଣଙ୍କୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୬୮କୁୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୪୮୮ ଜଣ ସୁସ୍ଥ ହୋଇଛନ୍ତି, ଜଣଙ୍କର ମୃତ୍ୟୁ ଘଟିଛି ଓ ୨୭୯ ଜଣଙ୍କ ଚିକିତ୍ସିତ ହେଉଛନ୍ତି।