ନୂଆଦିଲ୍ଲୀ,ଏଜେନ୍ସି: ଭାରତରେ କରୋନା ସଂକ୍ରମଣ ବଢ଼ିବା ସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ହୋଇ ୫୦ ହଜାର ନିକଟତର ହୋଇଛି। ଗତ ୨୪ ଘଣ୍ଟାରେ ୯୪୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪୯,୯୮୦ରେ ପହଞ୍ଚିଛି। ସେହିପରି ଦିନକ ମଧ୍ୟରେ ଆଉ ୬୩,୪୮୯ ନୂଆ ସଂକ୍ରମିତ ଠାବ ହୋଇଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଏଥିସହିତ ଭାରତରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫,୮୯,୬୮୨ରେ ପହଞ୍ଚିଛି। ସେଥିରୁ ୬,୭୭,୪୪୪ ଜଣ ଆକ୍ରାନ୍ତ ସକ୍ରିୟ ଥିବାବେଳେ ୧୮,୬୨,୨୫୮ ଜଣ ସୁସ୍ଥ ହୋଇସାରିଛନ୍ତି।