ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୪ ଜଣଙ୍କ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ସୁଧାର ଆସିନାହିିଁ। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬,୮୮୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୧୬ ଜଣ, ନୟାଗଡ଼ ଜିଲ୍ଲାରୁ ୧୩ ଜଣ, କଟକ ଜିଲ୍ଲାରୁ ୧୨ ଜଣ, ସମ୍ବଲପୁର ଜିଲ୍ଲାରୁ ୫ ଜଣ, ସୋନପୁର ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୨ ଜଣ ରହିଛନ୍ତି। ସେହିପରି ବାଲେଶ୍ୱର, ବରଗଡ଼, ବଲାଙ୍ଗିର, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଜପତି, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।