ରାଜ୍ୟରେ କରୋନା ନେଲା ଆଉ ୬୪ ଜଣଙ୍କ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦୯୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬,୩୩୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୭ ଜଣ, କଟକ ଜିଲ୍ଲାରୁ ୧୭ ଜଣ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାରୁ ୪ ଜଣ ଲେଖାଏଁ, ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ରହିଛନ୍ତି। ସେହିପରି ଅନୁଗୁଳ, ଭଦ୍ରକ, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, କେନ୍ଦ୍ରାପଡ଼ା, ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।