ରାଜ୍ୟରେ ଆଉ ୬୪ କରୋନାରେ ସଂକ୍ରମିତ : ଜଣେ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୬୪ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୩୭ଜଣ ଓ ସ୍ଥାନୀୟ ସଂକ୍ରମଣ ୨୭ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୩୮ହଜାର ୫୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ୧୦, ମୟୁରଭଞ୍ଜରୁ ୮, କଟକ ଓ ଖୋର୍ଦ୍ଧାରୁ ୭ ଲେଖାଏଁ, ଯାଜପୁରରୁ ୫, ଗଜପତି ଓ ବରଗଡ଼ରୁ ୪ ଲେଖାଏଁ, କଳାହାଣ୍ଡିରୁ ୩, ଅନୁଗୁଳ, ବଲାଙ୍ଗିର,ଦେଓଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଷ୍ଟେଟପୋଲରୁ ୨ଜଣ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ, ଗଞ୍ଜାମ ଓ ରାୟଗଡ଼ାରୁ ଜଣେ ଲେଖାଏଁ ରହିଛନ୍ତି।

ଅନ୍ୟପଟେ ଭୁବନେଶ୍ୱରର ଜଣେ ୭୨ ବର୍ଷୀୟ ବୃଦ୍ଧ କରୋନାରେ ପ୍ରାଣ ହରାଇଛନ୍ତି। ମୃତକ ଜଣକ କରୋନା ବ୍ୟତୀତ ମଧୁମେହ, ଉଚ୍ଚ ରକ୍ତଚାପ ଓ ଶ୍ୱାସ ରୋଗରେ ପୀଡ଼ିତ ଥିଲେ। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୫ଲକ୍ଷ ୮୦ହଜାର ୧୯ଜଣଙ୍କ କରୋନା ଟେଷ୍ଟ ହୋଇଥିବାବେଳେ ୩ଲକ୍ଷ ୩୮ହଜାର ୫୬ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ସେଥିମଧ୍ୟରୁ ୩ଲକ୍ଷ ୩୫ହଜାର ୪୦୮ଜଣ ସୁସ୍ଥ ହୋଇଛନ୍ତି, ୧୯୧୪ଜଣଙ୍କର ମୃତ୍ୟୁ ଘଟିଛି ଓ ୬୭୭ ଜଣ ଚିକିତ୍ସିତ ହେଉଛନ୍ତି।