ଦିନକରେ ରାଜ୍ୟରେ ୬୪୪ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ପୂର୍ବ ଅପେକ୍ଷା ରାଜ୍ୟରେ କରୋନା ସ୍ଥିତିରେ ସୁଧାର ଆସିଛି। ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ଆଉ ୬୪୪ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହିତ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୧୬,୬୪୫ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।

ଜାରି ସୂଚନା ଅନୁସାରେ ଆଜି ଚିହ୍ନଟ ହୋଇଥିବା ଏହି ୬୪୪ କରୋନା ସଂକ୍ରମିତଙ୍କ ମଧ୍ୟରେ ୩୬୯ ଜଣ ସଂଗରୋଧ କେନ୍ଦ୍ରର ଓ ୨୭୫ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି।

ଏଥିସହିତ ରାଜ୍ୟରେ ବର୍ତ୍ତମାନ ୩,୦୮,୧୦୨ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଯାଇଥିବାବେଳେ ୬,୭୮୬ ଜଣ ସକ୍ରିୟ ଅଛନ୍ତି।