ଆଉ ୬୫ କରୋନା ରୋଗୀ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ଯୋଗୁ ଆଉ ୬୫ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୪,୭୯୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆଜିର ମୃତକଙ୍କ ମଧ୍ୟରେ ଭୁବନେଶ୍ୱରରୁ ୨୦, ବରଗଡ଼ରୁ ୧୩, ସୁନ୍ଦରଗଡ଼ରୁ ୭, ପୁରୀରୁ ୬, ନବରଙ୍ଗପୁରରୁ ୪, ଗଜପତିରୁ ୩, ବାଲେଶ୍ୱର, ଝାରସୁଗୁଡ଼ା, କନ୍ଧମାଳ, ମୟୁରଭଞ୍ଜ ଓ ଗଞ୍ଜାମରୁ ୨ ଲେଖାଏଁ, ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, କଳାହାଣ୍ଡି ଓ ଜଗତସିଂହପୁରରୁ ଜଣେ ଲେଖାଏଁ ରହିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ କରୋନା ବ୍ୟତୀତ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ।