ଝାରସୁଗୁଡ଼ାରୁ ୬୫ କରୋନା ପଜିଟିଭ ଚିହ୍ନଟ

ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୬୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୧୦ଜଣ, ବେଲପାହାଡ଼ ପୌରପରିଷଦ ଅଞ୍ଚଳରୁ ଜଣେ, ବ୍ରଜରାଜନଗର ପୌରପରିଷଦ ଅଞ୍ଚଳରୁ ୮ଜଣ, ଝାରସୁଗୁଡ଼ା ବ୍ଲକରୁ ୧୯ଜଣ, ଲଖନପୁର ବ୍ଲକ ଅଞ୍ଚଳରୁ ୯ଜଣ, ଲଇକେରା ବ୍ଲକରୁ ୫ଜଣ, କୋଲାବିରା ବ୍ଲକରୁ ୭ଜଣ ଓ କିର୍ମିରା ବ୍ଲକରୁ ୫ଜଣ ରହିଛନ୍ତ। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଗୃହ ସଙ୍ଗରୋଧରେ ଥିବାବେଳେ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଜିଲ୍ଲାର ଅନ୍ୟ ଜଣେ ବାହାର ଜିଲ୍ଲାର ହସ୍ପିଟାଲରେ ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ସୂଚନାଯୋଗ୍ୟ, ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୩୯୩କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୪,୯୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫୯ ଜଣଙ୍କ ଚିକିତ୍ସା ଜାରି ରହିଛି।