ରାଜ୍ୟରେ ଆଉ ୬୫ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ୧୬୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୫ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୭୬୮ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ ରହିଥିବା ବେଳେ ବରଗଡ଼ ଜିଲ୍ଲାରୁ ୭ଜଣ ରହିଛନ୍ତ । ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ରହିଥିବା ବେଳେ ସମ୍ବଲପୁର, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି। ଅନୁଗୁଳ, ବଲାଙ୍ଗିର, କଟକ, ଗଞ୍ଜାମ, ଯାଜପୁର, ପୁରୀ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି। ସେହିପରି ଭଦ୍ରକ, ଗଜପତି, ଜଗତସିଂହପୁର, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମୟୂରଭଞ୍ଜ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।