ରାଜ୍ୟରେ କରୋନା ନେଲା ୬୫ ଜଣଙ୍କ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୬୩୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୦ ଜଣ, କଟକ ଜିଲ୍ଲାରୁ ୧୨ ଜଣ, ନୟାଗଡ଼ ଜିଲ୍ଲାରୁ ୬ ଜଣ, ଅନୁଗୁଳ ଜିଲ୍ଲାରୁ ୫ ଜଣ ରହିଛନ୍ତି। ସେହିପରି ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ବାଲେଶ୍ୱରରୁ ୩ଜଣ ଲେଖାଏଁ ଏବଂ ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରୁ ୨ଜଣ ଲେଖାଏଁ ରହିଥିବା ବେଳେ ରାୟଗଡ଼ା, କଳାହାଣ୍ଡି, ଯାଜପୁର ଓ ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।