ସୁସ୍ଥ ହେଲେ ଆଉ ୬୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି ଆଉ ୬୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ ମୋଟ ୧୪୮୧ ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି। ତେବେ ଏହି ୬୫ ଜଣଙ୍କ ମଧ୍ୟରେ ଗଞ୍ଜାମରୁ ୧୪, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରୁ ୧୦ ଜଣ ଲେଖାଏଁ, ଭଦ୍ରକରୁ ୮, କେନ୍ଦୁଝରରୁ ୭, ବଲାଙ୍ଗିରରୁ ୬, ଖୋର୍ଦ୍ଧାରୁ ୩, ବାଲେଶ୍ୱର ଓ ଯାଜପୁରରୁ ୨ ଜଣ ଲେଖାଏଁ ଏବଂ ଢ଼େଙ୍କାନାଳ, ଝାରସୁଗୁଡ଼ା ଓ କନ୍ଧମାଳରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି। ସେହିପରି ବର୍ତ୍ତମାନ ରାଜ୍ୟରେ ଆଉ ୯୮୮ଟି ଆକ୍ଟିଭ କେସ୍ ରହିଛି।