୧୩ ଜିଲ୍ଲାରୁ ୬୫ ନୂଆ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟର ୧୩ଟି ଜିଲ୍ଲାରୁ ୬୫ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୩୭ଜଣ ଓ ସ୍ଥାନୀୟ ସଂକ୍ରମଣ ୨୮ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୩୮ହଜାର ୩୨୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ୧୫, ମୟୁରଭଞ୍ଜରୁ ୯, ବାଲେଶ୍ୱର ଓ କଟକରୁ ୫ ଲେଖାଏଁ, ଅନୁଗୁଳ ଓ ଝାରସୁଗୁଡ଼ାରୁ ୪ ଲେଖାଏଁ, ବଲାଙ୍ଗିର, ଗଞ୍ଜାମ ଓ ପୁରୀରୁ ୩ ଲେଖାଏଁ, ଦେଓଗଡ଼ରୁ ୨, ନୂଆପଡ଼ା ଓ ଷ୍ଟେଟପୋଲରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୮୬ଲକ୍ଷ ୬୧ହଜାର ୭୩୨ଜଣଙ୍କ କରୋନା ଟେଷ୍ଟ ହୋଇଥିବାବେଳେ ୩ଲକ୍ଷ ୩୮ହଜାର ୩୨୩ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ସେଥିମଧ୍ୟରୁ ୩ଲକ୍ଷ ୩୫ହଜାର ୭୩୦ଜଣ ସୁସ୍ଥ ହୋଇଛନ୍ତି, ୧୯୧୮ଜଣଙ୍କର ମୃତ୍ୟୁ ଘଟିଛି ଓ ୬୨୨ ଜଣ ଚିକିତ୍ସିତ ହେଉଛନ୍ତି।