୨୪ ଘଣ୍ଟାରେ ୬୫ କରୋନାରେ ସଂକ୍ରମିତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୩୮ଜଣ ଓ ସ୍ଥାନୀୟ ସଂକ୍ରମଣ ୨୭ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୩୮ହଜାର ୧୨୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସୁନ୍ଦରଗଡ଼ ଓ କଟକରୁ ୧୩ ଲେଖାଏଁ, ମୟୁରଭଞ୍ଜ ଓ ଖୋର୍ଦ୍ଧାରୁ ୭ ଲେଖାଏଁ, ଅନୁଗୁଳରୁ ୫, ଯାଜପୁରରୁ ୪, ବଲାଙ୍ଗିର, ଝାରସୁଗୁଡ଼ା ଓ ସମ୍ବଲପୁରରୁ ୩ ଲେଖାଏଁ, ବାଲେଶ୍ୱର, ବରଗଡ଼ ଓ ଷ୍ଟେଟପୋଲରୁ ୨ ଲେଖାଏଁ ଓ କେଉଁଝରରୁ ଜଣେ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୫ଲକ୍ଷ ୯୮ହଜାର ୫୪୨ଜଣଙ୍କ କରୋନା ଟେଷ୍ଟ ହୋଇଥିବାବେଳେ ୩ଲକ୍ଷ ୩୮ହଜାର ୧୨୧ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ସେଥିମଧ୍ୟରୁ ୩ଲକ୍ଷ ୩୫ହଜାର ୪୯୯ଜଣ ସୁସ୍ଥ ହୋଇଛନ୍ତି, ୧୯୧୮ଜଣଙ୍କର ମୃତ୍ୟୁ ଘଟିଛି ଓ ୬୫୧ ଜଣ ଚିକିତ୍ସିତ ହେଉଛନ୍ତି।