ରାଜ୍ୟରେ ଚିନ୍ତା ବଢାଉଛି ମୃତ୍ୟୁ ସଂଖ୍ୟା: ପୁଣି ୬୫ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,ଏନ୍ଏନ୍ଏସ୍: ଗତ କିଛି ଦିନ ହେଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗିପାରୁନି ବ୍ରେକ। ଗତ ୨୪ ଘଣ୍ଟାରେ ୬୫ ଜଣଙ୍କ ମୁଣ୍ଡ ନେଇଛି କରୋନା ମହାମାରୀ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭,୦୮୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ମୃତକଙ୍କ ମଧ୍ୟରେ କଟକରୁ ୧୫, ଜଗତସିଂହପୁରରୁ ୧୧, କେନ୍ଦ୍ରାପଡାରୁ ୯, ଢେଙ୍କାନାଳରୁ ୭, ଅନୁଗୁଳ ଓ ବାଲେଶ୍ୱରରୁ ୫ ଜଣ ଲେଖାଏଁ ରହିଛନ୍ତି। ସେହିପରି ଭଦ୍ରକରୁ ୩, ମୟୂରଭଞ୍ଜରୁ ୩, ପୁରୀରୁ ୨ ଜଣ ରହିଛନ୍ତି। ଗଞ୍ଜାମ, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।