ରାଜ୍ୟରେ କରୋନା ନେଲା ଆଉ ୬୬ ଜଣଙ୍କ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜିର କରୋନା ରିପୋର୍ଟ ଅନୁସାରେ ରାଜ୍ୟରେ ହଜାରେ ତଳକୁ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ କୌଣସି ସୁଧାର ଦେଖାଯାଇନାହିିଁ। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬,୫୦୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୯ ଜଣ, କଟକ ଜିଲ୍ଲାରୁ ୧୩ ଜଣ, ସମ୍ବଲପୁର ଜିଲ୍ଲାରୁ ୮ ଜଣ, ବରଗଡ଼ ଜିଲ୍ଲାରୁ ୭ ଜଣ, ବଲାଙ୍ଗିର ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୨ ଜଣ ରହିଛନ୍ତି। ସେହିପରି ଝାରସୁଗୁଡ଼ା, କଳାହାଣ୍ଡି, ସୋନପୁର, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।