ରାଜ୍ୟରେ କରୋନା ନେଲା ଆଉ ୬୬ ଜଣଙ୍କ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬,୮୨୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୫ ଜଣ, ନୟାଗଡ଼ ଜିଲ୍ଲାରୁ ୧୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ ଜଣ ରହିଛନ୍ତି। ଅନୁଗୁଳ ଜିଲ୍ଲାରୁ ୫ ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ ଜଣ, ଯାଜପୁର, ଖୋର୍ଦ୍ଧା, ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ବରଗଡ଼, ବଲାଙ୍ଗିର, ଜଗତସିଂହପୁର ଓ ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି। କୋରାପୁଟ, ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।