ଚିନ୍ତା ବଢାଉଛି ମୃତ୍ୟୁ ସଂଖ୍ୟା, ରାଜ୍ୟରେ କରୋନା ନେଲା ଆଉ ୬୬ ଜଣଙ୍କ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬,୯୫୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ ସମ୍ବଲପୁର ଜିଲ୍ଲାରୁ ୧୨ ଜଣ, କଟକ ଜିଲ୍ଲାରୁ ୮ ଜଣ, ଅନୁଗୁଳ ଜିଲ୍ଲାରୁ ୭ ଜଣ ରହିଛନ୍ତି। ସେହିପରି ବାଲେଶ୍ୱର ଓ ଢେଙ୍କାନାଳ ଜିଲ୍ଲାରୁ ୫ ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଭଦ୍ରକ, ଜଗତସିଂହପୁର, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ ଲେଖାଏଁ ରହିଛନ୍ତି। ଗଞ୍ଜାମ, କଳାହାଣ୍ଡି, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ବଲାଙ୍ଗିର, ଦେବଗଡ଼, ଯାଜପୁର, ଝାରସୁଗୁଡ଼ା ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।