ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୬ ଜଣଙ୍କ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ପରିବର୍ତ୍ତନ ଆସିନାହିିଁ। ଗତ ୨୪ ଘଣ୍ଟା ମଧ୍ୟରେ ୧୫୫୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୮୩୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ କଟକରୁ ୧୦, ଖୋର୍ଦ୍ଧାରୁ ୮, ଭଦ୍ରକରୁ ୬, ଯାଜପୁରରୁ ୫, ଗଞ୍ଜାମ, ପୁରୀ ଓ ଜଗତସିଂହପୁରରୁ ୪ ଜଣ ଲେଖାଏଁ, ବାଲେଶ୍ଵର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ, ବୌଦ୍ଧ, ଦେବଗଡ଼, ଗଜପତି, କଳାହାଣ୍ଡି, କନ୍ଧମାଳ, ଓ କୋରାପୁଟରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।