ରାଜ୍ୟରେ ଦିନକରେ ୬୬୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଦିନକରେ ଆଉ ୬୬୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରେ ୩୮୫ ଜଣ ସଂଗରୋଧ କେନ୍ଦ୍ରର ହୋଇଥିବାବେଳେ ୨୮୩ ଜଣ ସ୍ଥାନୀୟ ସଂକ୍ରମଣ ଥିବା ଜଣାପଡ଼ିଛି।

ଏହି ପରିପ୍ରେକ୍ଷୀରେ ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୬୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ ୫୬ ଜଣ ଚିହ୍ନଟ ହୋଇଛନ୍ତି।

ଏଥିସହିତ ରାଜ୍ୟରେ ମୋଟ କରୋନା ସଂକ୍ରମଣ ସଂଖ୍ୟା ୩,୧୪,୬୨୯କୁ ବୃଦ୍ଧି ପାଇଛି। ସେଥିରୁ ୭,୧୦୬ ଜଣ ସଂକ୍ରିୟ ରୋଗୀ ରହିଥିବାବେଳେ ୩,୦୫,୮୧୩ ଜଣ ସୁସ୍ଥ ହୋଇସାରିଛନ୍ତି।