କରୋନାରେ ଆଖି ବୁଜିଲେ ଆଉ ୬୭

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ଯୋଗୁ  ୬୭ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୭,୭୬୫ରେ ପହଂଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ପ୍ରାଣ ହରାଇଥିବା କରୋନା ରୋଗୀଙ୍କ ମଧ୍ୟରେ କଟକରୁ ୨୫, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାରୁ ୭ ଲେଖାଏଁ, ଜଗତସିଂହପୁରରୁ ୬, ଅନୁଗୁଳ ଓ ମୟୁରଭଞ୍ଜରୁ ୫ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ ଓ ଭଦ୍ରକରୁ ୩ ଲେଖାଏଁ, ନୟାଗଡ଼ରୁ ୨, ବୌଦ୍ଧ ଓ ପୁରୀରୁ ଜଣେ ଲେଖାଏଁ ରହିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ କରୋନା ବ୍ୟତୀତ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ।