ବିଭିନ୍ନ ରାଜ୍ୟରେ ବଜ୍ରାଘାତରେ ୬୭ ମୃତ: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ, ରାଜସ୍ଥାନ ଓ ମଧ୍ୟପ୍ରଦେଶରେ ବଜ୍ରାଘାତ ଭୟଙ୍କର ତାଣ୍ଡବ ରଚିଛି। ଫଳରେ ଉତ୍ତରପ୍ରଦେଶରେ ୪୦ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏକାଧିକ ଗୁରୁତର ହୋଇଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ୪୦ଜଣ ମୃତକଙ୍କ ପ୍ରତି ଶୋକବ୍ୟକ୍ତ କରିଛନ୍ତି। ଏଥିସହିତ ମୃତକଙ୍କ ପରିବାରକୁ ସହାୟତା ରାଶି ପ୍ରଦାନ କରିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି। ଆଉ ଆହତଙ୍କ ଚିକିତ୍ସା ସୁନିଶ୍ଚିତ କରିବାକୁ ଆଦେଶ ଦେଇଛନ୍ତି।

ଅନ୍ୟପଟେ ରାଜସ୍ଥାନରେ ୭ଜଣ ପିଲାଙ୍କ ସହ ୨୦ଜଣଙ୍କର ମୃତ୍ୟୁ ଘଟିଛି। ୨୧ଜଣ ଆହତଙ୍କ ଚିକିତ୍ସା ଜାରି ରହିଛି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲତ ରାଜ୍ୟ ସରକାରଙ୍କ ତରଫରୁ ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କା ପ୍ରଦାନ କରିବାକୁ ନେଇ ଘୋଷଣା କରିଛନ୍ତି। ମୃତକଙ୍କ ପରିବାରକୁ ୪ଲକ୍ଷ ଟଙ୍କା ଜରୁରୀକାଳୀନ ରିଲିଫ ଫଣ୍ଡ ଓ ଆଉ ୧ଲକ୍ଷ ମଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଦିଆଯିବ। ସେହିପରି ମଧ୍ୟପ୍ରଦେଶରେ ବଜ୍ରାଘାତ ଯୋଗୁ ଭିନ୍ନ ଭିନ୍ନ ଜିଲ୍ଲାର ୭ଜଣ ପ୍ରାଣ ହରାଇଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶ, ରାଜସ୍ଥାନ ଓ ମଧ୍ୟପ୍ରଦେଶରେ ବଜ୍ରାଘାତ ଯୋଗୁ ପ୍ରାଣ ହରାଇଥିବା ଲୋକଙ୍କ ପ୍ରତି ସମ୍ବେଦନା ବ୍ୟକ୍ତ କରିଛନ୍ତି। ଏଥିସହିତ ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡରୁ ମୃତକଙ୍କ ପରିବାରକୁ ୨ଲକ୍ଷ ଓ ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିବାକୁ ନେଇ ଘୋଷଣା କରିଛନ୍ତି।