ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ସଂକ୍ରମଣ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୮୩୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣଙ୍କର ମୃତ୍ୟୁ ଘଟିଛି।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୫୧୨ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬ ଜଣ, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାରୁ ୧୦ ଜଣ ରହିଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୫ ଜଣ ରହିଛନ୍ତି। ଗଞ୍ଜାମ, ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଦେବଗଡ଼, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା, ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।