କରୋନା ନେଲା ଆଉ ୬୮ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ଯୋଗୁ ଆଉ ୬୮ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୭,୯୬୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ପ୍ରାଣ ହରାଇଥିବା କରୋନା ରୋଗୀଙ୍କ ମଧ୍ୟରେ କଟକରୁ ୨୨, ଅନୁଗୁଳରୁ ୧୧, ଜଗତସିଂହପୁରରୁ ୮, ବାଲେଶ୍ୱରରୁ ୫, ଢେଙ୍କାନାଳରୁ ୪, ଭଦ୍ରକ ଓ ପୁରୀରୁ ୩ ଲେଖାଏଁ, ଯାଜପୁର ଓ ମୟୁରଭଞ୍ଜରୁ ୨ଲେଖାଏଁ, କେନ୍ଦ୍ରପଡ଼ାରୁ ୬, ଖୋର୍ଦ୍ଧା ଓ ଭୁବନେଶ୍ୱରରୁ ଜଣେ ଲେଖାଏଁ ରହିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ କରୋନା ବ୍ୟତୀତ ମଧୁମେହ, ଉଚ୍ଚ ରକ୍ତଚାପ ଓ ଶ୍ୱାସଜନିତ ରୋଗରେ ପୀଡ଼ିତ ଥିଲେ।