ଝାରସୁଗୁଡ଼ାରୁ ଆଉ ୬୮ କରୋନା ପଜିଟିଭ ଚିହ୍ନଟ

ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡା ଜିଲ୍ଲାରେ ପୁଣି ୬୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୧୯ଜଣ, ବେଲପାହାଡ଼ ପୌରପରିଷଦ ଅଞ୍ଚଳରୁ ୮ଜଣ, ବ୍ରଜରାଜନଗର ପୌରପରିଷଦ ଅଞ୍ଚଳରୁ ୧୪ଜଣ, ଝାରସୁଗୁଡା ବ୍ଲକରୁ ୮ଜଣ, ଲଖନପୁର ବ୍ଲକ ଅଞ୍ଚଳରୁ ୯ଜଣ, ଲଇକେରା ବ୍ଲକରୁ ୪ଜଣ, କୋଲାବିରା ବ୍ଲକରୁ ଜଣେ ଓ କିର୍ମିରା ବ୍ଲକରୁ ୨ଜଣ ରହିଛନ୍ତି। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଗୃହ ସଙ୍ଗରୋଧରେ ଥିବାବେଳେ ଝାରସୁଗୁଡ଼ାର ଆଉ ୩ଜଣ ବ୍ୟକ୍ତି ଜିଲ୍ଲା ବାହାର ହସ୍ପିଟାଲରେ ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
ସୂଚନାଯୋଗ୍ୟ, ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୯୭୮ରେ ପହଞ୍ଚିଛି। ସେଥିମଧ୍ୟରୁ ୪,୩୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୬୨୨ ଜଣଙ୍କ ଚିକିତ୍ସା ଜାରି ରହିଛି।