ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୮ ଜଣଙ୍କ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୪୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭ ହଜାର ୧୫୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୮ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ ଜଣ ରହିଛନ୍ତି। ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୪ ଜଣ ରହିଛନ୍ତି। ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମରୁ ୨ ଜଣ ରହିଛନ୍ତି। ନୟାଗଡ଼, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।