ରାଜ୍ୟରେ ଆଉ ୬୮ କରୋନା ପଜିଟିଭ ଚିହ୍ନଟ: ସଂଖ୍ୟା ୩,୩୬, ୮୩୫କୁ ବୃଦ୍ଧି

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ୬୮ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୪୦ଜଣ ଓ ସ୍ଥାନୀୟ ସଂକ୍ରମଣ ୨୮ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୩୬ହଜାର ୮୩୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୯, ସମ୍ବଲପୁରରୁ ୭, ବାଲେଶ୍ୱର, ବଲାଙ୍ଗିର ଓ ସୁନ୍ଦରଗଡ଼ରୁ ୬ ଲେଖାଏଁ, ଝାରସୁଗୁଡ଼ାରୁ ୫, ଯାଜପୁରରୁ ୪, ଅନୁଗୁଳ, ଦେଓଗଡ଼, ମୟୁରଭଞ୍ଜ ଓ ପୁରୀରୁ ୩ ଲେଖାଏଁ, କଟକ ଓ ସୋନପୁରରୁ ୨ ଲେଖାଏଁ, ବରଗଡ଼, ବୌଦ୍ଧ, ଗଜପତି, ଗଞ୍ଜାମ, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା ଓ ଷ୍ଟେଟପୋଲରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୮୨ଲକ୍ଷ ୩୦ହଜାର ୪୪୨ଜଣଙ୍କ କରୋନା ଟେଷ୍ଟ ହୋଇଥିବାବେଳେ ୩ଲକ୍ଷ ୩୬ହଜାର ୮୩୫ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ସେଥିମଧ୍ୟରୁ ୩ଲକ୍ଷ ୩୪ହଜାର ୨୪୩ଜଣ ସୁସ୍ଥ ହୋଇଛନ୍ତି, ୧୯୧୪ଜଣଙ୍କର ମୃତ୍ୟୁ ଘଟିଛି ଓ ୬୨୫ ଜଣ ଚିକିତ୍ସିତ ହେଉଛନ୍ତି।