ଦେଶରେ ୨୪ ଘଣ୍ଟାରେ ୬୮, ୮୯୮ କୋଭିଡ୍-୧୯ ଆକ୍ରାନ୍ତ ଓ ୯୮୩ ମୃତ

ନୂଆଦିଲ୍ଲୀ,ଏଜେନ୍ସି: ଅଗଷ୍ଟ ୨୧ ତାରିଖ ସକାଳ ସୁଦ୍ଧା ସମଗ୍ର ଦେଶରେ ୨୯, ୦୫, ୮୨୩ ଜଣ କରୋନା ଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି। ସୂଚନା ଅନୁସାରେ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮, ୮୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୮୩ ଜଣଙ୍କ ମୃତ୍ୟୁ ହୋଇଛି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୨୧,୫୮,୯୪୬ ଜଣ ସୁସ୍ଥ ହୋଇସାରିଥିବା ବେଳେ ୫୪, ୮୪୯ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ୬, ୯୨, ୦୨୮ ଜଣ ଆକ୍ରାନ୍ତ ସକ୍ରିୟ ଅଛନ୍ତି।