୧୫ ଜିଲ୍ଲାରୁ ୬୯ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟର ୧୫ ଜିଲ୍ଲାରୁ ୬୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୪୧ଜଣ ଓ ସ୍ଥାନୀୟ ସଂକ୍ରମଣ ୨୮ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୩୭ହଜାର ୯୨୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୧୪, କଟକରୁ ୧୧, ମୟୁରଭଞ୍ଜରୁ ୮, ବାଲେଶ୍ୱରରୁ ୬, ଅନୁଗୁଳ, ଯାଜପୁର ଓ ଖୋର୍ଦ୍ଧାରୁ ୫ ଲେଖାଏଁ, ସମ୍ବଲପୁରରୁ ୪, କେଉଁଝରରୁ ୩, ଦେଓଗଡ଼ରୁ ୨, ବଲାଙ୍ଗିର, ଝାରସୁଗୁଡ଼ା, କୋରାପୁଟ, ନବରଙ୍ଗପୁର ଓ ପୁରୀରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୮୫ଲକ୍ଷ ୩୫ହଜାର ୬୫୭ଜଣଙ୍କ କରୋନା ଟେଷ୍ଟ ହୋଇଥିବାବେଳେ ୩ଲକ୍ଷ ୩୭ହଜାର ୯୨୯ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ସେଥିମଧ୍ୟରୁ ୩ଲକ୍ଷ ୩୫ହଜାର ୨୫୦ଜଣ ସୁସ୍ଥ ହୋଇଛନ୍ତି, ୧୯୧୭ଜଣଙ୍କର ମୃତ୍ୟୁ ଘଟିଛି ଓ ୭୦୯ଜଣ ଚିକିତ୍ସିତ ହେଉଛନ୍ତି।