ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟ ରାଜଧାନୀରୁ ଆଜି ପୁଣି ୬୯ ଜଣ କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୪ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୫୫ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡ଼ିଛି। ସେହିପରି ଆଜି ୧୮୦ ଜଣ କରୋନା ରୋଗୀ ସୁସ୍ଥ ହୋଇଥିବା ଜଣାପଡ଼ିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନା ଅନୁସାରେ ଆଜି ଚିହ୍ନଟ ହୋଇଥିବା ସ୍ଥାନୀୟ ସଂକ୍ରମଣଙ୍କ ମଧ୍ୟରେ ସହିଦ ନଗରରୁ ୫ ଜଣ ଏବଂ ନୟାପଲ୍ଲୀ, ରସୁଲଗଡ଼ ଓ ଟଙ୍କପାଣିରୋଡ ଅଞ୍ଚଳରୁ ୪ ଜଣ ଲେଖାଏଁ ଆକ୍ରାନ୍ତ ରହିଛନ୍ତି।
ଏଥିସହିତ ଭୁବନେଶ୍ୱରରେ ମୋଟ କରୋନା ସଂକ୍ରମଣ ସଂଖ୍ୟା ୨୯,୩୭୯ରେ ପହଞ୍ଚିଛି। ସେଥିମଧ୍ୟରୁ ୨୮,୧୩୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଥିବାବେଳେ ୧୭୦ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୧୦୫୦ କରୋନା ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ସୂଚନା ରହିଛି।