କମୁନି କରୋନା କୋପ, ପୁଣି ୬୯ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,ଏନ୍ଏନ୍ଏସ୍: ଏବେ ରାଜ୍ୟରେ କରୋନା ସଂକ୍ରମଣ ଦୋଳି ଖେଳୁଥିବା ବେଳେ ଚିନ୍ତା ବଢାଇଛି ରାଜ୍ୟର କରୋନା ମୃତ୍ୟୁ ସଂଖ୍ୟା। ପ୍ରତିଦିନ ନୂଆ ନୂଆ ରେକର୍ଡ କରୁଛି କରୋନା ମୃତ୍ୟୁ ସଂଖ୍ୟା। ବର୍ତ୍ତମାନ ପୁଣି ୬୯ ଜଣଙ୍କ ମୁଣ୍ଡ ନେଇଛି କରୋନା ମହାମାରୀ।

ରାଜ୍ୟ ସରକାରଙ୍କ ତଥ୍ୟ ଅନୁଯାୟୀ ନୂଆ ମୃତ୍ୟୁ ସଂଖ୍ୟାକୁ ମିଶାଇ ଏପର୍ଯ୍ୟନ୍ତ ରାଜ୍ୟରେ ୫୭୦୩ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ୬୯ ଜଣ ମୃତକଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୪ ଜଣଙ୍କ ମୃତ୍ୟୁ ହୋଇଛି। ସେହିଭଳି ସୁନ୍ଦରଗଡ଼ରୁ ୧୦, ଅନୁଗୁଳରୁ ୯, ଢେଙ୍କାନାଳରୁ ୮, ଝାରସୁଗୁଡାରୁ ୫, ବରଗଡ, ପୁରୀ ଓ ସମ୍ବଲପୁରରୁ ୪ ଜଣ ଲେଖାଏଁଙ୍କ ମୃତ୍ୟୁ ହୋଇଛି।

ସେହିଭଳି କନ୍ଧମାଳରୁ ୩ ଜଣ, ବଲାଙ୍ଗିରରୁ ୨ ଜଣ, ଭଦ୍ରକ, କଟକ, ଜଗତସିଂହପୁର, ମାଲକାନଗିରି, ନୟାଗଡ ଓ ନୂଆପଡାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।