ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନାରେ ଗଲା ଆଉ ୬୯ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ଦୈନିକ ମୃତ୍ୟୁ ସଂଖ୍ୟା ଏବେ ବି ଅପରିବର୍ତ୍ତିତ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭,୨୨୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ ଜଣ ରହିଛନ୍ତି। ଭଦ୍ରକ ଓ ଯାଜପୁରରୁ ୬ ଜଣ ଲେଖାଏଁ ରହିଛନ୍ତି। ଅନୁଗୁଳ, କେନ୍ଦ୍ରାପଡା ଓ ଖୋର୍ଦ୍ଧାରୁ ୫ ଜଣ ଲେଖାଏଁ ରହିଛନ୍ତି। ପୁରୀରୁ ୪ ଜଣ, କେନ୍ଦୁଝର ଓ ମୟୂରଭଞ୍ଜରୁ ୩ ଜଣ ଲେଖାଏଁ ରହିଛନ୍ତି। ଅନ୍ୟପଟେ ନୟାଗଡରୁ ଜଣେ ଆକ୍ରାନ୍ତର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।