ପୁଣି ଓଡ଼ିଶାରୁ ୬୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିଲେ ବି ମୃତ୍ୟୁ ସଂଖ୍ୟା ରେକର୍ଡସ୍ତରରେ ରହୁଛି। ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁ ସଂଖ୍ୟାରେ ରୋକ୍। ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣଙ୍କ ମୃତ୍ୟୁ ଘଟିଛି। ଏହି କ୍ରମରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫ ହଜାର ୨୪୧କୁ ବୃଦ୍ଧି ପାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୨ ଜଣ ମୃତ୍ୟୁବରଣ କରିଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୧୦, ବରଗଡ଼ରୁ ୭ ଓ ଅନୁଗୁଳରୁ ୬, କେନ୍ଦୁଝରରୁ ୫, କେନ୍ଦ୍ରାପଡାରୁ ୪, ବାଲେଶ୍ୱରରୁ ୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଭଦ୍ରକ, ବୌଦ୍ଧ, ଗଞ୍ଜାମ, ନୟାଗଡ ଓ ପୁରୀରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି। ଏହା ସହ ସୁବର୍ଣ୍ଣପୁର, କୋରାପୁଟଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।