କରୋନା ନେଲା ଆଉ ୭ ଜୀବନ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ କରୋନା ଯୋଗୁ ଆଉ ୭ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୮,୧୫୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ପ୍ରାଣ ହରାଇଥିବା କରୋନା ରୋଗୀଙ୍କ ମଧ୍ୟରେ ଅନୁଗୁଳ, କଟକ, ଯାଜପୁର, ଖୋର୍ଦ୍ଧା, ନବରଙ୍ଗପୁର, ସୁନ୍ଦରଗଡ଼ ଓ ପୁରୀରୁ ଜଣେ ଲେଖାଏଁ ରହିଛନ୍ତି। ସମ୍ପୃକ୍ତ ମୃତକ ଉଚ୍ଚ ରକ୍ତଚାପ ଓ ମଧୁମେହରେ ପୀଡ଼ିତ ଥିବା ଜଣାପଡ଼ିଛି।