ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ କମିବା ବଦଳରେ ଦିନକୁଦିନ କାୟା ବିସ୍ତାର କରିବାରେ ଲାଗିଛି। ଏପରି ସ୍ଥଳେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭ଲକ୍ଷ ୨୦ ହଜାରକୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨୦ ହଜାର ୧୬୦ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୪ଲକ୍ଷ ୩୯ହଜାର ୯୪୮ଜଣ ସୁସ୍ଥ ହୋଇଛନ୍ତି ଓ ୨ଲକ୍ଷ ୫୯ହଜାର ୫୫୭ଜଣ ଚିକିତ୍ସିତ ହେଉଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ମୁତାବକ, ଗତ ୨୪ ଘଣ୍ଟାରେ ୨୨ ହଜାର ୨୫୨ ନୂଆ ମାମଲା ସାମ୍ନାକୁ ଆସିଥିବାବେଳେ ୪୬୭ ଜଣଙ୍କର ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ଦେଶରେ ଲଗାତାର ପଞ୍ଚମ ଦିନରେ ସଂକ୍ରମିତଙ୍କ ସଂଖ୍ୟା ୨୦ ହଜାରରୁ ଅଧିକ ରହିଛି। ଆଉ ମହାରାଷ୍ଟ୍ର ସବୁଠୁ ଅଧିକ ପ୍ରଭାବିତ ହୋଇଛି। ମହାରାଷ୍ଟ୍ରରେ ସର୍ବାଧିକ ୨ଲକ୍ଷ ୧୧ହଜାର ୯୮୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୯ହଜାର ୨୬ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଦିଲ୍ଲୀରେ ୩୧୧୫, ଗୁଜରାଟରେ ୧୯୬୦ ଓ ତାମିଲନାଡ଼ୁରେ ୧୫୭୧ ଜଣଙ୍କର ମୃତ୍ୟୁ ଘଟିଥିବା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।