ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରୁ ଆଉ ୭ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୪ଜଣ ଓ ସ୍ଥାନୀୟ ସଂକ୍ରମଣ ୩ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ହଜାର ୬୯କୁ ବୃଦ୍ଧି ପାଇଛି। ଅନ୍ୟପଟେ ୫ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଆଜିର ୭ଜଣଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ହଜାର ୬୯କୁ ବୃଦ୍ଧି ପାଇଥିବାବେଳେ ୩୧ହଜାର ୭୨୩ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୨୫୦ ଜଣଙ୍କର ମୃତ୍ୟୁ ଘଟିଛି ଓ ୭୫ଜଣ ଚିକିତ୍ସିତ ହେଉଛନ୍ତି।